ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଗଷ୍ଟ ୨୦ରୁ ଯୁକ୍ତ ୩ ନାମଲେଖା ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ | ଏନେଇ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦ ତାରିଖ ସକାଳ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ଛାତ୍ରଛାତ୍ରୀମାନେ ଅନଲାଇନ୍ ଆବେଦନ କରିପାରିବେ। www.dhe.odisha.gov.in ଏବଂ www.samsodisha.gov.inରେ ଅନ୍ଲାଇନ୍ କମନ୍ ଆପ୍ଲିକେସନ୍ ଫର୍ମ ଉପଲବ୍ଧ ହେବ। ସେପ୍ଟେମ୍ବର ୯ ତାରିଖ ସକାଳ ୧୧ଟାରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୯ ତାରିଖ ଦିନ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲରେ ଅନଲାଇନ୍ ଫି’ ଦାଖଲ କରିପାରିବେ। ଏହାପରେ ପ୍ରଥମ ପର୍ଯ୍ୟାୟର ନାମଲେଖା ପ୍ରକ୍ରିୟା ସେପ୍ଟେମ୍ବର ୧୬ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୨୧ରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ ବୋଲି ସୂଚନ ମିଳିଛି ।






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……