Report Card Odisha

| Daily Odia News

ବାଦଲଫଟା ବର୍ଷା ନେଲଣି ୨୧ ଜୀବନ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷାରେ ଗଲାଣି ୨୧ ଜଣକ ଜୀବନ । ଗତ ୨୪ ଘଣ୍ଟା ହେଲା ଲଗାଣ ବର୍ଷା ଲାଗି ରହିଥିବା ବେଳେ ଗତ ରାତିରେ ହୋଇଥିବା ବାଦଲ ଫଟା ବର୍ଷା ହେତୁ ପରିସ୍ଥିତି ଅସମ୍ଭାଳ ରହିଛି। ଏଥିଯୋଗୁ ବହୁ ରାସ୍ତାରେ ଲ୍ୟାଣ୍ଡସ୍ଲାଇଡ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିବା ବେଳେ ସ୍ଥାନେ ସ୍ଥାନେ ବ୍ରିଜ ଧୋଇ ହୋଇ ଯାଇଛି। ରାଜ୍ୟର ବହୁ ନଦୀ ଉଛୁଳି ଥିବା ବେଳେ ରାସ୍ତା ଉପରେ ପାଣି ପ୍ରବାହିତ ହୋଇଛି। ପ୍ରବଳ ବର୍ଷା ହେତୁ ସ୍ଥିତି ଅସମ୍ଭାଳ ହେବାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜକୁ ଆଜି ବନ୍ଦ ଘୋଷଣା କରିଛନ୍ତି ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ। ଅତ୍ୟଧିକ ବର୍ଷା କାରଣରୁ ରାଜ୍ୟର ସମୁଦାୟ ୬୨୧ ରାସ୍ତାକୁ ବନ୍ଦ କରି ଦିଆଯାଇଛି। ଏହାବାଦ ସିମଲା ଓ ଚଣ୍ଡିଗଡ଼କୁ ଯୋଗାଯୋଗ କରୁଥିବା ସିମଲା – କାଲକା ଜାତୀୟ ରାଜପଥ ଲ୍ୟାଣ୍ଡସ୍ଲାଇଡ ଯୋଗୁ ଗତ ୨ ସପ୍ତାହ ହେଲାଣି କ୍ଷତିଗ୍ରସ୍ତ ହୋଇଛି। ଫଳରେ ରାଜ୍ୟରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଥିବା ଦେଖିବାକୁ ମିଳିଛି |

Breaking News