ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ନେବା ପରେ ବିଭିନ୍ନ ବିଭାଗର ସମୀକ୍ଷା ଜୋରଦାର ଚାଲିଛି। ମୁଖ୍ୟମନ୍ତ୍ରୀ ରାଜ୍ୟ ଅତିଥି ଭବନରୁ ସରକାର ଚଳାଉଛନ୍ତି | ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ୨୨ଜଣ ଓଏସ୍ଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଥିବା ସୂଚନା ମିଳିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି ୨ ନୂଆ ଅଫିସର। ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ପାଇଥିବା ବେଳେ ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି।






More Stories
ଓଡ଼ିଶା ଡିଜିପି ନିଯୁକ୍ତି ମାମଲା;୧୮ରେ ପରବର୍ତ୍ତୀ ଶୁଣାଣି……
ଚାମେଲୀଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଶେଷ…..
ଅବପାତର ପରିଣତ ହେବ ଲଘୁଚାପ, ରେଡ୍ ଓ୍ବାର୍ନିଂ ଜାରି…..