ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ୨୪ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ପୂର୍ବରୁ ଛତିଶଗଡ଼ ସରକାରଙ୍କ ପକ୍ଷରୁ ସେମାନଙ୍କୁ ଧରିବା ପାଇଁ ୮୭.୫୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ହୋଇଥିଲା। ମାଓବାଦୀମାନେ ଅନେକ ହିଂସାକାଣ୍ଡରେ ଜଡ଼ିତ ଥିଲେ। ବର୍ତ୍ତମାନ ମାଓଗଡ଼ ଭୁଶୁଡ଼ିବାରେ ଲାଗିଛି। ସାଧାରଣ ଜୀବନ ଯାପନ ପାଇଁ ସେମାନେ ବିଜାପୁର ଜିଲାରେ ସୁରକ୍ଷା ବାହିନୀ ସମ୍ମୁଖରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ସେମାନଙ୍କୁ ସରକାରଙ୍କ ନୀତି ଅନୁଯାୟୀ ୫୦ ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..