ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ସୁନ୍ଦରଗଡ଼ ଜିଲ୍ଲାରେ କାୟାମେଲାଇ ଚାଲିଛି ସ୍କ୍ରବ ଟାଇଫସ | ପୁଣି ୨୫ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ପରୀକ୍ଷା କରାଯାଇଥିବା ୧୦୮ଟି ନମୁନା ମଧ୍ୟରୁ ୨୫ଟି ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ରେ ପହଞ୍ଚିଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି। ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି। ଗତ ଜାନୁ୍ଆରି ମାସରୁ ଆଜିର ତାରିଖ ଯାଏ ୩୫୫ ଜଣ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ସ୍ବାସ୍ଥ୍ୟ ବିଭଗ ସୂଚନା ଦିଆଯାଇଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……