ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଙ୍କ ସଂଖ୍ୟା ବଢି ବଢି ଚାଲିଛି | ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟ ଅନୁଯାୟୀ ମେ ୨୫ ତାରିଖରେ ଶେଷ ହୋଇଥିବା ସପ୍ତାହରେ ସଂକ୍ରମଣ ପାଞ୍ଚ ଗୁଣ ବୃଦ୍ଧି ପାଇଛି ଏବଂ ୧୦୦୦ ଅତିକ୍ରମ କରିଛି। ତଥ୍ୟ ଅନୁଯାୟୀ, କେରଳରେ ୧,୧୪୭ ମାମଲା ରେକର୍ଡ ହୋଇଛି, ତା’ପରେ ମହାରାଷ୍ଟ୍ର ୪୨୪, ଦିଲ୍ଲୀ ୨୯୪ ଏବଂ ଗୁଜରାଟ ୨୨୩ ମାମଲା ରହିଛି। କର୍ଣ୍ଣାଟକ ଏବଂ ତାମିଲନାଡୁରେ ପ୍ରତ୍ୟେକ ୧୪୮ ମାମଲା ରେକର୍ଡ ହୋଇଛି, ଯେତେବେଳେ ପଶ୍ଚିମବଙ୍ଗରେ ୧୧୬ ମାମଲା ରେକର୍ଡ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୭ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି, ଯାହା ଫଳରେ ଚଳିତ ବର୍ଷର ପ୍ରଥମ ପାଞ୍ଚ ମାସରେ ମୃତ୍ୟୁ ସଂଖ୍ୟା ୨୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ, ମହାରାଷ୍ଟ୍ରରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦିଲ୍ଲୀ, ଗୁଜରାଟ, କର୍ଣ୍ଣାଟକ, ପଞ୍ଜାବ ଏବଂ ତାମିଲନାଡୁରେ ଗୋଟିଏ ଲେଖାଏ ମୃତ୍ୟୁ ମାମଲା ରେକର୍ଡ ହୋଇଛି। ତଥାପି ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି। କେରଳ ସର୍ବାଧିକ ସଂଖ୍ୟକ ମାମଲା ପଞ୍ଜିକୃତ କରିଛି। କାରଣ ରାଜ୍ୟ ଅଧିକ ପରୀକ୍ଷା କରୁଛି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..