ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସାଙ୍ଗକୁ ଓମିକ୍ରନ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଛି । ଆଜି ରାଜ୍ୟରୁ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୮ ନୂଆ ଆକ୍ରାନ୍ତ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଆଇଏଲଏସ । ଆଜିର ୨୮କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ତେବେ ରାଜ୍ୟରେ ଆଜି ୪୮୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୮୨୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୦୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୪୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୫ ହଜାର ୬୯୮ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……