ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ୪ ଲକ୍ଷ ମୁହାଁ | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୮୬ ହଜାର ୪୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୯୮ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮୭ ଲକ୍ଷ ୬୨ହଜାର ୯୭୬ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ୩୪୯୮ ଜଣ ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୮ ହଜାର ୩୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୫୩ ଲକ୍ଷ ୮୪ ହଜାର ୪୧୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୮୪୮୧୪।






More Stories
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……