ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ୪ ଲକ୍ଷ ମୁହାଁ | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୮୬ ହଜାର ୪୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୯୮ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮୭ ଲକ୍ଷ ୬୨ହଜାର ୯୭୬ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ୩୪୯୮ ଜଣ ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୮ ହଜାର ୩୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୫୩ ଲକ୍ଷ ୮୪ ହଜାର ୪୧୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୮୪୮୧୪।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..