ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନା ସଂକ୍ରମଣ ବଢିବା ସହିତ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି | ରାଜଧାନୀ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସମେତ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟ ଦୁଇ ଜଣଙ୍କ ମଧ୍ୟରୁ ଜଣେ ମ୍ୟାନେଜର ଓ ଅନ୍ୟ ଜଣେ ଫାର୍ମାସିଷ୍ଟ ଥିବା ଜଣାପଡିଛି । ସେମାନଙ୍କୁ ସଙ୍ଗରୋଧରେ ରଖାଯାଇଥିବା ନେଇ କ୍ୟାପିଟାଲ୍ ହସ୍ପିଟାଲ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ବଢ଼ି ଚାଲିଥିବା ବେଳେ ଅନେକ ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। କାଲି ଠାରୁ ଆଜି ଭିତରେ ବିଏମ୍ସିରେ ୧୯ ଟି ସ୍ଥାନ କଣ୍ଟେନମେଣ୍ଟ ଜୋନ୍ କରିସାରିଲାଣି ।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..