ରିପୋର୍ଟ କାର୍ଡ / ପୁରୀ
ପୁରୀ ରଥଯାତ୍ରାରେ ବଡ଼ ଅଘଟଣ ଘଟିଛି। ଶନିବାର ବିଳମ୍ବିତ ରାତିରେ ଶରଧାବାଲିରେ ରଥ ନିକଟରେ ଦଳାଚକଟା ଘଟି ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏଥିରେ ୪୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି। ମୃତକମାନେ ହେଲେ ବୋଲଗଡ଼ ଅଞ୍ଚଳର ବାସନ୍ତୀ ସାହୁ(୩୬), ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି(୭୮) ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ। ଆହତମାନଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଛି।






More Stories
ଅଧାରେ ଅଟକିଲା ରୁକୁଣା ରଥ: ଆଜି ଅପରାହ୍ନରେ ରଥଟଣା…..
ରିଙ୍କୁ ଉପଅଧିନାୟକ….
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..