ରିପୋର୍ଟ କାର୍ଡ / ପୁରୀ
ଆଜିଠୁ ତିନି ଦିନିଆ ପୁରୀ ଗସ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ପୁରୀରେ ପହଞ୍ଚି ରାଜଭବନର ନବୀକରଣ ଭବନକୁ ଉଦଘାଟନ କରିଛନ୍ତି । ଗତ ୨୦୧୯ ରେ ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭଵନ ପରିସରରେ ଥିବା ଶୀଲା ଉପବନରେ ବୃକ୍ଷରୋପଣ କରି ବନୀକରଣର ଶୁଭାରମ୍ଭ କରିଛନ୍ତି ରାଜ୍ୟପାଳ । ଏହି ଉପବନକୁ ଧର୍ମପତ୍ନୀ ସ୍ୱର୍ଗତା ସୁଶୀଳା ଦେବୀଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରିଛନ୍ତି | କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ପ୍ରମୋଦ ମେହେର୍ଦ୍ଦା, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱାର ବିଶାଲ ସିଂ, ଗୃହ ନିର୍ମାଣ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ଚନ୍ଦ୍ର ତ୍ରିପାଠୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଗିରୀଶ ଚନ୍ଦ୍ର ରାୟ ପ୍ରମୁଖ ଉପସ୍ଥିତ ଥିଲେ ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..