Report Card Odisha

| Daily Odia News

ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩ କୁ ବୃଦ୍ଧି…..

ରିପୋର୍ଟ କାର୍ଡ / ସୁନ୍ଦରଗଡ

ସୁନ୍ଦରଗଡ ଜିଲ୍ଲାରେ ସ୍କ୍ରବ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପୁଣି ଚିହ୍ନଟ ହୋଇଛନ୍ତି ୩ ପଜିଟିଭ । ଏହି ଖବର ପ୍ରଚାରିତ ହେବା ପରେ ଜିଲ୍ଲାରେ ଆତଙ୍କ ଖେଳିଯାଇଛି । ଗତକାଲି ପରୀକ୍ଷା ପାଇଁ ପଠାଯାଇଥିବା ନମୁନା ମଧ୍ୟରୁ ୩ଟି ନମୁନା ପଜିଟିଭ୍ ଆସିଛି । ଏହା ପୂର୍ବରୁ ଶନିବାର ହୋଇଥିବା ନମୁନା ପରୀକ୍ଷାରେ ୧୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଫଳରେ ଏବେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ୧୮୩ରେ ପହଞ୍ଚିଛି । ଏହାକୁ ନେଇ ଜିଲ୍ଲାବାସୀ ଛାନିଆ ହୋଇ ପଡ଼ିଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ ମହଜୁଦ ରଖାଯାଇଛି । ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି । ତେଣୁ ଭୟଭୀତ ନ ହେବାକୁ ସେ ଜିଲ୍ଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି।

Breaking News