Report Card Odisha

| Daily Odia News

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ନକ୍ସଲ ନିପାତ…..

ରିପୋର୍ଟ କାର୍ଡ / ମାଲକାନଗିରି

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ତିନି ମାଓବାଦୀ ନିହତ ହୋଇଛନ୍ତି । ଏବେ ବିଜାପୁର ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ଖବର ଅନୁଯାୟୀ, ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ କୁମ୍ବିଂ ଅପରସେନ୍‌ ଚାଲିଥିଲା । ଏହି ସମୟରେ ମାବାଦୀଙ୍କ ସହ ମିତ୍ରପୁର ଥାନା ପୋମରା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସିଆର୍‌ପିଏଫ୍‌ ଡିଆରଜି ଏବଂ ଏସ୍‌ଟିଏଫ୍‌ ବାହିନୀ ପକ୍ଷରୁ ଏବେବି ଜଙ୍ଗଲରେ କୁମ୍ବିଂ ଅପରେସନ ଚାଲିଛି ।ସେପଟେ ଘଟଣାସ୍ଥଳରେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବନ୍ଧୁକ ମଧ୍ୟ ଜବତ ହୋଇଛି । ତେବେ ନିହତ ହୋଇଥିବା ମାଓବାଦୀମାନେ କେଉଁ ସଂଗଠନ ସହିତ ଜଡିତ ଏନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

Breaking News