ରିପୋର୍ଟ କାର୍ଡ / କଟକ
ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଆଜି ମୁଖ୍ୟ ବିଚାରପତି ଏସ୍. ମୁରଲୀଧରନ୍ ତିନି ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଶପଥ ନେଇଥିବା ବିଚାରପତିମାନେ ହେଲେ ଜଷ୍ଟିସ ଭି. ନରସିଂହ, ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଓ ଜଷ୍ଟିସ ମୁରାହରି ଶ୍ରୀରମଣ । ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି । କୋଭିଡ୍ କଟକଣା ଭିତରେ ଅଳ୍ପ ଅତିଥିଙ୍କୁ ନେଇ ଶପଥଗ୍ରହଣ ସମାରୋହ ସଂପନ୍ନ ହୋଇଛି । ଗତ ସପ୍ତାହରେ ୩ ବିଚାରପତିଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ବିଚାରପତି ଭାବେ ନିଯୁକ୍ତି ଦେବା ଲାଗି ବରିଷ୍ଠ ଆଇନଜୀବୀଙ୍କ ନାଁ ସୁପାରିଶ ହୋଇଥିଲା । ଜାନୁଆରୀ ୨୯ରେ ସୁପ୍ରିମକୋର୍ଟ କଲେଜିୟମ ୪ ଜଣଙ୍କ ନାଁକୁ ମଞ୍ଜୁରୀ ଦେଇଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ବିଚାରପତି ଭାବେ ନିଯୁକ୍ତି ଦେବାକୁ ଗତ ସପ୍ତାହରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..