Report Card Odisha

| Daily Odia News

୩ ନୂଆ ଏସ୍‌ପିଙ୍କୁ ନିଯୁକ୍ତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରଖିବାକୁ କିଛି ଦିନ ପୂର୍ବେ ନିର୍ବାଚନ କମିଶନ ରାଜ୍ୟ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୋଲିସ ଆଇଜି ଆଶୀଷ ସିଂଙ୍କ ସମେତ ଜଗତସିଂହପୁର ଓ କଟକ ଜିଲ୍ଲାପାଳ ଏବଂ ୫ ପୋଲିସ ଏସପି ଥିଲେ। ଏହି ଖାଲି ଥିବା ପଦବୀ ମଧ୍ୟରୁ ୩ ଡିଏସ୍‌ପି ପଦବୀ ଆଜି ପୂରଣ ହୋଇଛି। ଏହି ୩ ଅଧିକାରୀଙ୍କୁ କଟକ, ଅନୁଗୁଳ ଓ ରାଉରକେଲା ଏସ୍‌ପି ଭାବେ ଦାୟିତ୍ୱ ମିଳିଛି। ପ୍ରକାଶ ଆର୍‌ଙ୍କୁ କଟକ ଡିସିପି ଭାବେ ନିଯୁକ୍ତି ମିଳିଥିବା ବେଳେ ବ୍ରିଜେଶ କୁମାର ରାୟ ହେଲେ ରାଉରକେଲାର ଏସପି। ଏଥିସହ ଉମାଶଙ୍କର ଦାଶଙ୍କୁ ମିଳିଛି ଅନୁଗୁଳ ଏସପି ଦାୟିତ୍ୱ ।

Breaking News