ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗୋଟିଏ ଟ୍ରାକ୍ରେ ଆସୁଥିବା ବେଳେ ଦୁଇ ପାସେଞ୍ଜର ଟ୍ରେନ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣା ପରେ ପାସେଞ୍ଜର ଟ୍ରେନ୍ର ବଗି ଅନ୍ୟ ଟ୍ରାକ୍ରେ ପଡ଼ିଥିଲା। ସେହି ସମୟରେ ଆସୁଥିବା ମାଲ୍ବାହୀ ଟ୍ରେନ୍ଟି ପାସେଞ୍ଜରର ବଗିକୁ ଧକ୍କା ଦେଇଥିଲା। ରବିବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଏପରି ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଆନ୍ଧ୍ରପ୍ରଦେଶ କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଘଟିଛି। ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ କୁ ବୃଦ୍ଧି ପାଇଥିବା ବେଳେ ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା ରହିଛି | ୫୦ ଅଧିକ ଗୁରୁତର ଆହତ ହୋଇଛନ୍ତି। ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍ ନିର୍ଦ୍ଧାରିତ ସମୟରେ ବିଶାଖାପାଟଣାଠାରୁ ଛାଡ଼ିଥିଲା। ପଲାସା ପାସେଞ୍ଜର ଛାଡ଼ିବାର ୧୫ ମିନିଟ୍ ପରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଛାଡ଼ିଥିଲା। କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ଠାରୁ ୨୦୦ ମିଟର ଦୂରରେ ପଲାସା ପାସେଞ୍ଜର ଟ୍ରେନ୍ଟି ଛିଡ଼ା ହୋଇଥିଲା। ଠିକ୍ ସେହି ସମୟରେ ସେହି ଟ୍ରାକ୍ରେ ଆସୁଥିବା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍ଟି ପଲାସା ପାସେଞ୍ଜରକୁ ଧକ୍କା ଦେଇଥିଲା। ସେପଟେ ପୂର୍ବତଟ ରେଳପଥ ପକ୍ଷରୁ ଜାରି କରାଯାଇଛି ହେଲପ୍ ଲାଇନ୍ ନମ୍ବର। 0674-2301625, 2301525, 2303069 ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି। ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ମମତାଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି…..
ଇରାନ ଉପରେ ଆକ୍ରମଣ…..