ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନଭେମ୍ବର ମାସ ପାଇଁ କେନ୍ଦ୍ର ସରକାର କରୋନା ମାର୍ଗଦର୍ଶିକା ଜାରି କରିଛନ୍ତି | ଏହାକୁ ଅନୁପାଳନ କରି ବେସାମରିକ ବିମାନ ଚଳାଚଳ ମହାନିର୍ଦେଶାଳୟ ପକ୍ଷରୁ ନଭେମ୍ବର ୩୦ ଯାଏଁ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ସେବା ଉପରେ ପ୍ରତିବନ୍ଧକ ଲଗାଯାଇଛି। ମହାନିର୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ଜରିଆରେ କୁହାଯାଇଛି ଯେ ନଭେମ୍ବର ପହିଲାରୁ ୩୦ ତାରିଖ ରାତି ପର୍ଯ୍ୟନ୍ତ ଭାରତରୁ ବିଦେଶକୁ ଓ ବିଦେଶରୁ ଭାରତକୁ ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ ରହିବ। ତେବେ କିଛି ନିର୍ଦିଷ୍ଟ ମାର୍ଗରେ ଅନୁମୋଦନପ୍ରାପ୍ତ ବିମାନ ଚଳାଚଳ କରିବ। ଯାତ୍ରୀବାହୀ ବିମାନ ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଅନ୍ତର୍ଜାତୀୟ କାରଗୋ ବିମାନ ସେବାକୁ ଏଥିରୁ ବାଦ ଦିଆଯାଇଛି।






More Stories
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..