ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ୩୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ହୋଇଥିବା ବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଅନ୍ୟପଟେ ନବରଙ୍ଗପୁର , ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
କନଷ୍ଟେବଲଙ୍କ ଉପରେ ମାଡ଼ିଗଲା ବସ୍….
ନୋବେଲ ଶାନ୍ତି ପୁରସ୍କାର ଘୋଷଣା…..
୧୫ରେ ଶପଥ ନେବେ ନାୟବ ସିଂହ ସୈନି!….