ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଆଜି ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨ରେ ପହଂଚିଛି । ତେବେ ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ ।






More Stories
ଆଜି ଆସିବ ସୁଭଦ୍ରା ଟଙ୍କା…..
ଡିସିପି ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର…..
ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ନୋଟିସ୍…..