Report Card Odisha

| Daily Odia News

ରାଜ୍ୟରୁ ଆଉ ୩୩ ଜୀବନ ନେଲା ମୋହାମାରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଅନୁଗୋଳରେ ସର୍ବାଧିକ ୫, ସୁନ୍ଦରଗଡ଼ରେ ୪, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ, ଢେଙ୍କାନାଳ ଓ ନବରଙ୍ଗପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୯୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୨୦୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୩୫୧୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୫୯୬୭୫୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Breaking News