ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ସଂସଦର ସୁରକ୍ଷାରେ ତ୍ରୁଟିକୁ ନେଇ ବିରୋଧୀ ଦଳମାନେ ସେମାନଙ୍କ ଦାବିରେ ଅଟଳ ରହିଥିଲେ। ଏହାକୁ ନେଇ ଲୋକସଭା ଓ ରାଜ୍ୟସଭାରେ ଜୋରଦାର ହଙ୍ଗାମା ହୋଇଥିଲା। ଅନ୍ୟପକ୍ଷରେ ଲୋକସଭା ବାଚସ୍ପତି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କ ସମେତ ୩୦ ଜଣ ସାଂସଦଙ୍କୁ ଲୋକସଭାର ଶୀତକାଳୀନ ଅଧିବେଶନରୁ ନିଲମ୍ବିତ କରିଛନ୍ତି। ସେହିପରି ଅଧିକାର କମିଟିର ରିପୋର୍ଟ ଆସିବା ପର୍ଯ୍ୟନ୍ତ ୩ ଜଣ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ଉଭୟଗୃହରୁ ମୋଟ ୩୩ ସାଂସଦଙ୍କୁ ନିଲମ୍ବିତ କରାଯାଇଛି । କିଛିଦିନ ପୂର୍ବେ ପୂରା ଅଧିବେଶନ ପାଇଁ ୧୩ ଜଣ ବିରୋଧୀ ସାଂସଦଙ୍କୁ ନିଲମ୍ବିତ କରାଯାଇଥିଲା । ଅଧୀର ରଞ୍ଜନ ଚୌଧୁରୀଙ୍କ ବ୍ୟତୀତ କେ ଜୟକୁମାର, ଅପୂର୍ବ ପୋଦ୍ଦାର, ପ୍ରସୁନ ବାନାର୍ଜୀ, ମହମ୍ମଦ ବଶିର, ଜି. ସେଲଭମ୍, ସିଏନ୍ ଆନ୍ନାଦୁରାଇ, ଡକ୍ଟର ଟି ସୁମତି, କେ. ନବସ୍କାନି, କେ ବୀରସ୍ୱାମୀ, ଏନ୍ କେ ପ୍ରେମଚନ୍ଦ୍ରନ, ସୌଗତ ରାୟ, ଶତାବ୍ଦୀ ରାୟ, ଅସିତ କୁମାର ମାଲ, କୌଶଲେନ୍ଦ୍ର କୁମାର, ଏନ୍ଟୋ ଆଣ୍ଟୋନି, ଏସ୍. ଏସ୍. ପାଲନାମିକମ୍, ଅବଦୁଲ ଖାଲିଦ, ଥିରୁଭାରୁସ୍କର (ଏସ୍.କେ. ତିରୁନାବୁକ୍କରସାର), ବିଜୟ ବସନ୍ତ, ପ୍ରତିମା ମଣ୍ଡଳ, କାକୋଲି ଘୋଷ, କେ ମୁରଲୀଧରନ, ସୁନୀଲ କୁମାର ମଣ୍ଡଳ, ଏସ ରାମଲିଙ୍ଗମ, କେ. ସୁରେଶ, ଅମର ସିଂ, ରାଜମୋହନ ଉନ୍ନିଥନ, ଗୌରବ ଗୋଗୋଇ ଏବଂ ଟିଆର ବାଲୁଙ୍କୁ ନିଲମ୍ବିତ କରାଯାଇଛି। ଏହି ୩୦ ଜଣ ସାଂସଦଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ଅଧିକାର କମିଟିର ରିପୋର୍ଟ ଆସିବା ପର୍ଯ୍ୟନ୍ତ ୩ ଜଣ କେ. ଜୟକୁମାର, ବିଜୟ ବସନ୍ତ ଏବଂ ଅବଦୁଲ ଖାଲିକଙ୍କୁ ନିଲମ୍ବିତ କରାଯାଇଛି।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..