ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି । ବୈଠକରେ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ମାରିଥିବା ସୂଚନା ମିଳିଛି । ବୈତରଣୀ ନଦୀରେ ୨ଟି ବ୍ୟାରେଜ ନିର୍ମାଣକୁ କ୍ୟାବିନେଟର ଅନୁମତି ମିଳିଛି । ୨ଶହ କୋଟି ବ୍ୟୟରେ ହେବ ୨ଟି ବ୍ୟାରେଜ ବନ୍ୟା ନିୟନ୍ତ୍ରଣ ବି ହେବ। ଭଦ୍ରକ ଧାମନଗର ଓ ଯାଜପୁର ଦଶରଥପୁର ବ୍ଲକ ଲୋକେ ଉପକୃତ ହେବେ। ବଲାଙ୍ଗିର ଲୋୟର ସୁକତେଲ ପ୍ରକଳ୍ପ ଭୂତଳ ଜଳଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ୬୩୪କୋଟି ବ୍ୟୟହେବ, ୧୩ହଜାର ହେକ୍ଟର ଜମି ଜଳସେଚିତ ହେବ। ବୈଠକରେ ୧୬ଟି ବିଭାଗର ୩୩ଟି ପ୍ରସ୍ତାବ ଉପରେ ଆଲୋଚନା ପରେ ମଞ୍ଜୁର ପ୍ରଦାନ କରାଯାଇଥିଲା। ଏହି ତାଲିକାରେ ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଜଟଣୀ ତହସିଲର ଜାମୁକୋଳିରେ ହେବ କେନ୍ଦ୍ରୀୟ ହୋମିଓପାଥି ଗବେଷଣା ପରିଷଦ। ଏଥିପାଇଁ ରାଜ୍ୟ ସରକାର ମାଗଣାରେ ଯୋଗାଇ ଦେବେ ୫ ଏକର ଜମି । ଏଥିସହ ରାଜ୍ୟସ୍ତରୀୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ଷ୍ଟାଡିୟମର ଭିତ୍ତିଭୂମି ବିକାଶ ହେବ । ବିଶ୍ୱକପ ପାଇଁ ଭିତ୍ତିଭୂମି ବିକାଶ ବଜେଟ ସଂଶୋଧନକୁ ମଞ୍ଜୁରୀ ମିଳିଛି । ଏହାସହିତ ୮୭୫କୋଟିର ସଂଶୋଧିତ ପ୍ରକଳ୍ପ ମୂଲ୍ୟକୁ ମିଳିଛି ମଞ୍ଜୁରୀ । କୋଭିଡ ମହାମାରୀ ପାଇଁ ମନ୍ତ୍ରିସ୍ତରୀୟ କମିଟିର ନିଷ୍ପତ୍ତି ଉପରେ ମୋହର ମରାଯାଇଛି । ରାଜ୍ୟର ଶିଳ୍ପାନୁଷ୍ଠାନକୁ ଚୂନ ପଥର ଯୋଗାଣ ଏଣିକି ସୁନିଶ୍ଚିତ ହେବ । ଏହି ଚୁନ ପଥର ଓଏମସି ଜରିଆରେ ଯୋଗାଇ ଦିଆଯିବ । ସ୍ବେଚ୍ଛାକୃତ ଅବସର ପରେ IRTS ଅଫିସର ମନୋଜ ମିଶ୍ରଙ୍କୁ ମିଳିବ ଚୁକ୍ତିଭିତିକ ନିଯୁକ୍ତି । ସେହି ପଦବୀରେ ରାଜ୍ୟ ସରକାର ଦେବେ ନିଯୁକ୍ତି । ସେହିପରି ୯ଟି ମେଗା ଲିଫ୍ଟ ପ୍ରୋଜେକ୍ଟକୁ ମୋହର ମାରିଛନ୍ତି ରାଜ୍ୟ କ୍ୟାବିନେଟ । ୩୬ ମାସ ଭିତରେ କାର୍ଯ୍ୟକ୍ଷମ ହେବ ଏହି ପ୍ରକଳ୍ପ । ସେହିପରି ୧୪ଟି ମେଗା ଲିଫ୍ଟ ପ୍ରୋଜେକ୍ଟ କେନ୍ଦୁଝର ଜିଲ୍ଲାରେ ହେବ। ୧୭ ହଜାର ହେକ୍ଟର ଜମି ଜଳସେଚିତ ହେବ । ୟେଉଁ କମ୍ପାନୀ ଏହି ଟେଣ୍ଡର ନେବ ତାହାକୁ ୧୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱ ନେବେ ବୋଲି କୁହାଯାଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ଦୁଇଟି ପ୍ରସ୍ତାବକୁ ମୋହର ମରାଯାଇଛି। ସୁବର୍ଣ୍ଣପୁର -ବିନିକା ରାସ୍ତାକୁ ଉନ୍ନତିକରଣ କରିବା କାର୍ଯ୍ୟକୁ ଅନୁମୋଦନ ଦିଆଯାଇଛି। ଭୁବନେଶ୍ୱରରେ ବିଧାୟକଙ୍କ ନିମନ୍ତେ ଗୃହ ନିର୍ମାଣ ପାଇଁ ମଧ୍ୟ ଯେଉଁ ପ୍ରସ୍ତାବ ଦିଆଯାଇଥିଲା, ତାହାକୁ ଅନୁମୋଦନ ମାରିଛନ୍ତି ରାଜ୍ୟ ସରକାର। ରାଜ୍ୟର ସ୍ପର୍ଟସ ହଷ୍ଟେଲରେ ପଢୁଥିବା ପିଲାମାନଙ୍କ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ୧୫ ପ୍ରତିଶ ଆସନ ସରକ୍ଷଂଣ ବ୍ୟବସ୍ଥା କରାଯାଇଛି। ଯଦ୍ୱାରା ଖେଳ ପ୍ରତି ପିଲାମାନଙ୍କ ଇଛଶକ୍ତି ବୃଦ୍ଧି ଘଟିବ ବୋଲି କୁହାଯାଇଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……