Report Card Odisha

| Daily Odia News

ଆଜି ରାଜ୍ୟରୁ ୩୫ ଜୀବନ ନେଲା କରୋନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଜଗତସିଂପୁର, କୋରାପୁଟରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ମାଲକାନଗିରି, ସମ୍ବଲପୁର ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News