Report Card Odisha

| Daily Odia News

ରାଜ୍ୟରୁ ୩୫ ଜୀବନ ନେଲା ମହାମାରୀ କରୋନା

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ନବରଙ୍ଗପୁର , ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News