ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଶା ଆନ୍ଧ୍ର ସୀମାନ୍ତ ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ୩ ଟି ଟ୍ରେନ ଧକ୍କା ହୋଇ ଦୁର୍ଘଟଣା ଘଟିଛି | ମୃତକଙ୍କ ସଂଖ୍ୟା ୧୫ କୁ ବୃଦ୍ଧି ପାଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି। ତେବେ ଏହି ଦୁର୍ଘଟଣା ଯୋଗୁ ୩୯ ଟି ଟ୍ରେନ୍କୁ ବାତିଲ କରିଛି ରେଳ ବିଭାଗ। ଏଥିସହ ୨୨ଟିର ରୁଟ୍ ପରିବର୍ତ୍ତନ କରାଯାଇଥିବା ବେଳେ ୧୧ ଟ୍ରେନ୍କୁ ଆଶିଂକ ବାତିଲ କରାଯାଇଛି। ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି, ପଲାସା-ବିଶାଖାପାଟଣା, ପାରାଦୀପ-ବିଶାଖାପାଟଣା, ରାୟଗଡ଼ା-ଗୁଣୁପୁର, ଚେନ୍ନାଇ-ପୁରୀ ଏକ୍ସପ୍ରେସ୍, ରାୟପୁର-ବିଶାଖାପାଟଣା, ତିରୁପତି-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍କୁ ବାତିଲ କରାଯାଇଛି।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……