ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ପଞ୍ଚାୟତ ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ | ଏହା ପୂର୍ବରୁ ଗତକାଲି ସଂଧ୍ୟାରେ ଶେଷ ହୋଇଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରଚାର। ଏହି ପର୍ଯ୍ୟାୟରେ ୨୯ଟି ଜିଲ୍ଲାର ୬୩ ବ୍ଲକରେ ୧୭୧ଟି ଜିଲ୍ଲା ପରିଷଦ ଜୋନ୍, ୧୩ ଶହ ୮୨ ପଞ୍ଚାୟତ ଏବଂ ୧୮ ହଜାର ୪୯୫ ୱାର୍ଡରେ ମତଦାନ ହେବ। ମୋଟ ୫୬ ଲକ୍ଷ ୫୩ ହଜାର ୪୦୫ ଭୋଟର ମତସାବ୍ୟସ୍ତ କରିବେ। ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଥ୍ ଯାଉଥାନ୍ତି ପୋଲିଂ ପାର୍ଟି। ଅଧିକାଂଶ ବୁଥରେ ପୋଲିଂ ପାର୍ଟି ପହଞ୍ଚି ସାରିଥିବା ବେଳେ ଆଉ କିଛି ବୁଥକୁ ଯାଉଛନ୍ତି | ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି। ଗତକାଲି ଦ୍ୱିତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି। ୨୪ ତାରିଖରେ ପଞ୍ଚମ ପର୍ଯ୍ୟାୟ ମତଦାନ ସରିବା ପରେ ୨୬ରୁ ୨୮ ତାରିଖ ୩ ଦିନ ଧରି ପର୍ଯ୍ୟାୟ କ୍ରମେ ଭୋଟ୍ ଗଣତି କରାଯିବ।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..