ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଧ୍ୟପ୍ରଦେଶ ମୋରେନାରେ ବାଣ ଗୋଦାମ ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଓ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ବର୍ତ୍ତମାନ ଆହତଙ୍କୁ ଉଦ୍ଧାର କାର୍ଯ୍ୟ ଜାରିରହିଛି । ସୂଚନାନୁସାରେ, ବାନମୋର ନଗରର ଜୈତପୁର ରୋଡରେ ଏହି ବାଣ ଗୋଦାମ ଅବସ୍ଥିତ। ଗୋଦାମରେ ବିସ୍ଫୋରଣ ହେବାପରେ ଆତଙ୍କ ଖେଳିଯାଇଥିଲା। ସେହି କୋଠାରେ କିଛି ଭଡ଼ାଟିଆ ମଧ୍ୟ ରହୁଥିଲେ। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ସମଗ୍ର କୋଠା ଭୁଶୁଡ଼ି ପଡ଼ିଛି।






More Stories
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ଭ୍ୟାନ୍ କୂଅକୁ ଖସି ୧୪ ମୃତ…..
ସୂଚନା ଅଧିକାର ଆଇନ ବ୍ୟବସାୟ ପାଲଟିଛି…..