ରିପୋର୍ଟ କାର୍ଡ / ଢେଙ୍କାନାଳ
ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି । ପ୍ରାଣ ହରାଇଲେ ବାପା, ମା’, ପୁଅ ଓ ଝିଅ। ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ପିଙ୍ଗୁଆ ନିକଟରେ ଘଟିଛି ଏହି ଦୁର୍ଘଟଣା। ମୃତକମାନେ ଖଙ୍କିରା ଗାଁର। ଏହି ପରିବାର ଏକ ପଲ୍ସରରେ ବନ୍ଧୁ ଘରକୁ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ହାଇୱା ସେମାନଙ୍କୁ ଧକ୍କା ଦେଇଥିଲା। ବାପାମା’ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଦୁଇ ଛୁଆଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। ପୁଅକୁ ୧୧ ବର୍ଷ ହୋଇଥିବା ବେଳେ ଝିଅକୁ ୫ ବର୍ଷ ହୋଇଥିଲା। ଦୁର୍ଘଟଣା ଘଟାଇଥିବା ହାଇୱାକୁ ଜବତ କରାଯାଇଛି। ତେବେ ହାଇୱା ଡ୍ରାଇଭର ଫେରାର ହୋଇଯାଇଥିବା ସୂଚନା ମିଳିଛି |






More Stories
ଆସିଲା ବିୟୁଟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ…..
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..