Report Card Odisha

| Daily Odia News

ଆଉ ୪ ମାସ ମାଗଣା ମିଳିବ ଚାଉଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମାଗଣାରେ ଆଉ ୪ ମାସ ମିଳିବ ଚାଉଳ । ଡିସେମ୍ବର ମାସରୁ ମାର୍ଚ୍ଚ ୨୦୨୨ ଯାଏ ପ୍ରତିମାସ ମୁଣ୍ଡ ପିଛା ଅତିରିକ୍ତ ୫ କେଜି ମାଗଣା ଚାଉଳ ହିତାଧିକାରୀଙ୍କୁ ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ମାସିକ ୪,୫୮୭ ଟନ ଚାଉଳ ଯୋଗାଇ ଦିଆଯିବ । ୪ ମାସରେ ରାଜ୍ୟ କୋଟାରୁ ମୋଟ ୧୮,୩୧୦,୬୪୦ ଟନ ଚାଉଳ ଯୋଗାଣ ପାଇଁ ରାଜ୍ୟ ରାଜ୍ୟ ସରକାର ୬୮.୧୩ କୋଟିରୁ ଅଧିକ ଟଙ୍କା ବ୍ୟୟ କରିବେ । ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀ କୋଭିଡ -୧୯ ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଡିସେମ୍ବର ୨୦୨୧ ରୁ ମାର୍ଚ୍ଚ ୨୦୨୨ ପର୍ୟ୍ୟନ୍ତ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ୯, ୧୫, ୫୩୨ ସଦସ୍ୟଙ୍କୁ ନେଇ ୨, ୮୮, ୫୨୮ ପରିବାର ଉପକୃତ ହେବେ। ଏହା ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ , ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନାମ ଲେଖାଇଥିବା ହିତାଧିକାରୀଙ୍କୁ ଏହି ସୁବିଧା ମିଳିବ ।

Breaking News