ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ହୋଇଛି। ନିମାପଡ଼ା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ଜବାବ ତଲବ କରାଯାଇଛି। ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ କୁହାଯାଇଛି। କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ହୋଇଛି। ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ କରିଛନ୍ତି ବିଧାନସଭା ସଚିବ ଏହି ୪ ଜଣ ବିଧାୟକ ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି। ଏହାପରେ ସରକାରୀ ଦଳ ମୁଖ୍ୟ ସଚେତକ ଏନେଇ ଆବେଦନ କରିଥିଲେ। ଏହାପରେ ବାଚସ୍ପତିଙ୍କ ନିର୍ଦ୍ଦେଶରେ ୪ ଜଣ ବିଧାୟକଙ୍କୁ ନୋଟିସ୍ ହୋଇଛି। ଏହାପୂର୍ବରୁ ଭୁବନେଶ୍ୱର ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାଏକଙ୍କ ପଦ ରଦ୍ଦ ହୋଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..