ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି | କିନ୍ତୁ ରାଜ୍ୟରେ କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ଚାକିରି ଯୋଗାଇବାରେ ୟୁପିଏ ଏବଂ ଏନଡିଏ ବିଫଳ….
ବଜେଟ୍ରେ ଓଡ଼ିଶାକୁ ୧୦,୫୯୯ କୋଟି ମଞ୍ଜୁର,ଓଡ଼ିଶାରେ ନବନିର୍ମିତ ଟ୍ରାକ ମାଲେସିଆରେ ଥିବା ଟ୍ରାକଠୁ ଅଧିକ…..
ଏଲଏସିକୁ ରାସ୍ତା ତିଆରିଲା ଭାରତ…..