ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେକିଛି ଦିନ ହେବ ସଂକ୍ରମଣ ସଂଖ୍ୟା ହ୍ରାସପାଇବାରେ ଲାଗିଛି | କିନ୍ତୁ କରୋନା ଜନିତ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନାହିଁ | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୪୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪ ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ