Report Card Odisha

| Daily Odia News

୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟରେ ଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏହାଫଳରେ ଦୁଇଟି ପର୍ଯ୍ୟାୟରେ ମୋଟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୦୭୫ଟି ସ୍କୁଲ ରୂପାନ୍ତରିତ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୨୯୦୬ଟି ସ୍କୁଲ ରୂପାନ୍ତରିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ । ସ୍କୁଲ ପିଲାମାନଙ୍କର ମାନସିକ କ୍ଷେତ୍ରରେ ଅଦ୍ଭୂତପୂର୍ବ ପରିବର୍ତ୍ତନ ଆଣିଦେଇଛି । ଏହାଦ୍ୱାରା ଭବିଷ୍ୟତରେ ପିଲାମାନେ ସଫଳତା ଅର୍ଜନ କରିବା ସହ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଯୋଗଦେଇ ଦେଇପାରିବେ । ସ୍କୁଲ ରୂପାନ୍ତର ବାସ୍ତବରେ ଓଡ଼ିଶାର ଭବିଷ୍ୟତର ରୂପାନ୍ତର ପାଇଁ ମୂଳଦୁଆ ପକାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Breaking News