Report Card Odisha

| Daily Odia News

ରାଜ୍ୟରେ ପୁଣି ବଢ଼ିଲା କରୋନା ମୃତ୍ୟୁ ସଂଖ୍ୟା, ୪୨ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ପୁଣି ମୃତ୍ୟୁ ସଂଖ୍ୟା ବଢିଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ସଂକ୍ରମିତଙ୍କ ଜୀବନ ଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୫ ଜିଲ୍ଲାରୁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଭୁବନେଶ୍ୱରରୁ କେବଳ ୪ ଜଣ ଆକ୍ରାନ୍ତ ଅଛନ୍ତି । କଟକ, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ଼, କେନ୍ଦ୍ରାପଡ଼ା, କୋରାପୁଟ ଜିଲ୍ଲାରୁ କରୋନା ନେଇଛି ଆଉ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ । ଅନୁଗୋଳ, ମାଲକାନଗିରି, ମୟୂରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଦୁଇ ଜଣ ଲେଖାଏ ମୃତ୍ୟୁବରଣ କରିଥିବା ବେଳେ କଳାହାଣ୍ଡି, ରାୟଗଡ଼ା, ସୋନପୁର ଜିଲ୍ଲାରେ ଜଣେ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୩ହଜାର ୫୫୦କୁ ବୃଦ୍ଧି ପାଇଛି ।

Breaking News