ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୪୨୪ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୧୪୭ ଜଣ କୋଭିଡରୁ ସୁସ୍ଥ ହୋଇଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୪୬ ଓ ସ୍ଥାନୀୟ ସଂକ୍ରମିତ ୧୭୮ ଜଣ ଅଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୭ ଜଣ ରହିଛନ୍ତି । ରାଜ୍ୟର ବାଲେଶ୍ୱର ଜିଲ୍ଲାରୁ ୨୯, ବରଗଡ ୫, ଭଦ୍ରକ ୧, ବଲାଙ୍ଗିର ୬, କଟକ ୬୬, ଦେବଗଡ ୪ ଓ ଢେଙ୍କାନାଳରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୩, ଜଗତସିଂହପୁର ୮, ଯାଜପୁର ୬, ଝାରସୁଗୁଡା ୧୪, କଳାହାଣ୍ଡି ୨, କେନ୍ଦ୍ରାପଡା ୨, କେନ୍ଦୁଝର ୧, ଖୋର୍ଦ୍ଧା ୧୫୧, କୋରାପୁଟ ୩, ମାଲକାନଗିରି ୨, ମୟୁରଭଞ୍ଜ ୪, ନବରଙ୍ଗପୁର ୫, ନୟାଗଡ ୫, ପୁରୀ ୧୨, ରାୟଗଡା ୨, ସମ୍ବଲପୁର ୨୨, ସୋନପୁର ୭ ଓ ଷ୍ଟେଟପୁଲରୁ ୩୧ ଜଣଙ୍କୁ ଚିହ୍ନଟ କରାଯାଇଛି । ରାଜ୍ୟରେ ମୋଟ ୨୫୭୦୧୦୭୪ ନମୁନା ପରୀକ୍ଷା କରାଯାଇଛି । ମୋଟ ୧୦୪୫୧୦୯ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି ୨୩୫୫ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି |
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……