Report Card Odisha

| Daily Odia News

ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଜି ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫ ଜଣ ରହିଥିବା ବେଳେ ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ ରହିଛନ୍ତି ।ବରଗଡ, ବଲାଙ୍ଗୀର, ବୌଦ୍ଧରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ଵରରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News