ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ବୌଦ୍ଧ , ଢେଙ୍କାନାଳ , ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଶ୍ୱଶୁର,ଶାଶୁଙ୍କୁ ପୋଡି ଦେଲା ଜ୍ୱାଇଁ…..
ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର…..
ମୌସୁମି ଆସିବାକୁ ନେବ ଆଉ ଦୁଇଦିନ ଅଧିକ…..