Report Card Odisha

| Daily Odia News

ରାଜ୍ୟରେ ଆଜି ବି ୪୫ ଜୀବନ ନେଲା କରୋନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୪ ଜଣ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ଵର, ବରଗଡ, ଯାଜପୁର, କେନ୍ଦ୍ରାପଡା, କେଉଁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି ।

Breaking News