ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ , ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଅନ୍ତର୍ଜାତୀୟ ମହିଳା ଦିବସ:’ପାଇବା ପାଇଁ ଦେବା’……
ରାଷ୍ଟ୍ରପତିଙ୍କୁ ଅସମ୍ମାନ ଘଟଣା:ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ…..
ଆଜି ଆସିବ ସୁଭଦ୍ରା …..