Report Card Odisha

| Daily Odia News

ରାଜ୍ୟରେ ଆଜି ସର୍ବାଧିକ ୪୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ…..

ରିପୋର୍ଟ କାର୍ଡ / ଭୁବନେଶ୍ଵର

ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ରହିଛନ୍ତି ଖୋର୍ଦ୍ଧାରୁ ୬ ଜଣ ଆକ୍ରାନ୍ତ ଓ କଟକରୁ ୫, ଅନୁଗୁଳ ଓ ବରଗଡ଼ରୁ ୪ ଜଣ ଲେଖାଏ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ, ନୟାଗଡ଼ରୁ ୩ ଜଣ ଲେଖାଏ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରୁ ୨ ଜଣ ଲେଖାଏ, ବଲାଙ୍ଗିର, ଯାଜପୁର, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Breaking News