ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ୨ରୁ୩ ଦିନ ମଧ୍ୟରେ ଏହା ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଗତି କରିପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୧୨ତାରିଖରୁ ୧୪ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ପୂର୍ବରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର ବିଶ୍ୱାସଙ୍କ ସୂଚନା ଦେଇଥିଲେ, ‘୧୧ ତାରିଖରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୨ ଓ ୧୩ ତାରିଖରେ ପ୍ରବଳରୁ ଅଧିକ ମାତ୍ରାରେ ପ୍ରବଳ ବର୍ଷା ହୋଇପାରେ।’






More Stories
କେନ୍ଦ୍ରାପଡାରେ ଫୁଟିଲା ଗୁଳି……
ନୂଆପଡା ମତଗଣନା: ଆଗରେ ବିଜେପି…..
ବାଲିଯାତ୍ରାରେ ଠେଲାପେଲା, ୨ ଅଚେତ……