Report Card Odisha

| Daily Odia News

ଆଜି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ,୬ଲୋକସଭା ଆସନରେ ମତଦାନ ଆରମ୍ଭ….

ରିପୋର୍ଟ କାର୍ଡ/ ଭୁବନେଶ୍ୱର

ଆଜି ଶେଷ ପର୍ଯ୍ୟାୟ ନିର୍ବାଚନ ଥିବା ବେଳେ ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଆଜି ୬଼ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୂରଭଂଜ | ପର୍ଯ୍ୟାୟରେ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ। ଏହି ପର୍ଯ୍ୟାୟରେ ମୋଟ୍ ୧୦ ହଜାର ୮୮୨ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେଉଛି। ସେହିପରି ୨୧ ପ୍ରତିଶତ ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି। ଏସବୁ ବୁଥ ଗୁଡିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Breaking News