ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଜ୍ରପାତରେ ଦୁଇଟି ଜିଲ୍ଲାରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗତକାଲି ଏହି ଅଘଟଣ ଘଟିଛି | ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବସ୍ତା ଓ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କ ମଧ୍ୟରେ ୨ ଜଣ ମହାଦେବସରାଇ ଗାଁର ହୋଇଥିବାବେଳେ ଅନ୍ୟମାନେ ବେଲଗାଁ ଓ ପଣସପଡ଼ାର ବୋଲି ଜଣାପଡ଼ିଛି। ସମସ୍ତେ ବିଲରେ ଧାନ ରୋଉଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ସେହିପରି ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଳକରେ ବଜ୍ରପାତରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଥିଲେ। ରାଜ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା଼ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..