ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୫ଟି ଶିଳ୍ପ ପ୍ରକଳ୍ପରେ ମୋଟ ୪୪ ହଜାର ୭୯୩ କୋଟି ୩ଲକ୍ଷ ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ଏହାଦ୍ୱାରା ଆଉ ୨୩୦୦୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ । ଯାଜପୁର ଓ କଟକ ଜିଲ୍ଲାରେ ୨ଟି ଲେଖାଏଁ ଓ ଢେଙ୍କାନାଳରେ ଗୋଟିଏ ଶିଳ୍ପ ପ୍ରକଳ୍ପକୁ ମିଶାଇ ମୋଟ ୫ଟି ଶିଳ୍ପ ପ୍ରକଳ୍ପରେ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ୩୮ତମ ହାଇଲେଭଲ କ୍ଲିଅରାନ୍ସ ଅଥରିଟି ବୈଠକରେ ରିଫାଇନାରୀ ଓ ପେଟ୍ରୋକେମିକାଲ, ଗ୍ରୀନ୍ ଏନର୍ଜି ଉପକରଣ, ବାୟୋଟେକ୍ନୋଲୋଜି, ଷ୍ଟିଲ ଆଣ୍ଡ କେମିକାଲସ୍ କ୍ଷେତ୍ରର ଏହି ପୁଞ୍ଜିନିବେଶ ରାଜ୍ୟର ୩ଟି ଜିଲ୍ଲାରେ ଶିଳ୍ପ ପ୍ରକଳ୍ପରେ ହେବ । ଯାହା ଓଡ଼ିଶାରେ ଶିଳ୍ପ ଓ ଆର୍ଥିକ ଭିତ୍ତିଭୂମିକୁ ଗତିଶୀଳ କରାଇବ । ଉତ୍କର୍ଷ ଓଡ଼ିଶା-୨୦୨୫ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ଆୟୋଜିତ ରୋଡଶୋ’ବେଳେ ଏହି ପ୍ରସ୍ତାବ ଆସିଥିଲା ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……