Report Card Odisha

| Daily Odia News

୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ଶନିବାର ଦିନ ଓଡିଶାର ପାଞ୍ଚଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଇଏମଡି କହିଛି। ଲଘୁଚାପ ପ୍ରଭାବରେ ଶନିବାର ଠାରୁ ଉତ୍ତର ଏବଂ ଦକ୍ଷିଣ ଉପକୂଳ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବ ଏବଂ ଆସନ୍ତା ଚାରି ଦିନ ଅକ୍ଟୋବର ୧୯ ପର୍ଯ୍ୟନ୍ତ ଏହା ଜାରି ରହିବ। ପ୍ରବଳ ବର୍ଷା ଏବଂ ବଜ୍ରପାତକୁ ଦୃଷ୍ଟିରେ ରଖି ନିମ୍ନ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଅକ୍ଟୋବର ୧୬ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଦେଓଗଡ, ଅନୁଗୁଳ ଏବଂ ଢେଙ୍କାନାଳର ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବ। ଅକ୍ଟୋବର ୧୭ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର , ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା ରହିଛି। ଅକ୍ଟୋବର ୧୮ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର , ସୁନ୍ଦରଗଡ, କେନ୍ଦୁଝରଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ରହିଛି। ଅକ୍ଟୋବର ୧୯ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ସୁନ୍ଦରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଛି।

Breaking News