Report Card Odisha

| Daily Odia News

ବିଦ୍ୟୁତ ଆଘାତରେ ୫ କାଉଡ଼ିଆଙ୍କ ମୃତ୍ୟୁ,୪ ଗୁରୁତର…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଉତ୍ତରପ୍ରଦେଶର ମେରଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି | ମେରଟରେ ବିଦ୍ୟୁତ ଆଘାତରେ ୫ ଜଣ କାଉଡିଆଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି | ସୂଚନାନୁସାରେ, ମେରଟର ପରିକ୍ଷିତଗଡ଼ ଅଂଚଳରେ ଥିବା ରାଲିଚୌହାନ ଗ୍ରାମରେ କାଉଡିଆଙ୍କ ଶିବିର ଉପର ଦେଇ ୧୧୦୦୦ କେଭି ବିଦ୍ୟୁତ ତାର ଯାଇଥିବାବେଳେ ଏହା ଛିଡିପଡିଥିଲା | ଆଉ ବିଦ୍ୟୁତ ଆଘାତରେ କାଉଡିଆମାନେ ଜଳିଯାଇଥିଲେ | ତୁରନ୍ତ ଗୁରୁତର ଆହତମାନଙ୍କୁ ଡାକ୍ତରଖାନା ନିଆଯାଇଥିଲେ ବି ସେଠାରେ ୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ | ୪ରୁ ଅଧିକ କାଉଡିଆ ଏବେ ବି ଗୁରୁତର ଥିବାର ଜଣାପଡିଛି | ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ କାଉଡିଆଙ୍କ ଡିଜେ ଗାଡି ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ପୋଲକୁ ଧକ୍କା ଦେବାରୁ ତାର ଛିଡିଯାଇ କାଉଡିଆଙ୍କ ଉପରେ ପଡିଥିଲା | ଆଉ ବିଦ୍ୟୁତ ଆଘାତରେ କାଉଡିଆମାନଙ୍କର ମୃତ୍ୟୁ ହୋଇଛି |

Breaking News