ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ହୋଇଥିଲା | ଏହି ମାମଲାର ତଦନ୍ତ ପାଇଁ ଆଜି ସୁପ୍ରିମକୋର୍ଟ ୫ ଜଣିଆ କମିଟି ଗଠନ କରିଛନ୍ତି । ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଇନ୍ଦୁ ମାଲହୋତ୍ରା ଏହି କମିଟିର ଅଧ୍ୟକ୍ଷ ରହିବେ। ଏନ୍ଆଇଏ ଡିଜି, ଚଣ୍ଡିଗଡର ଡିଜି ଓ ପଂଜାବର ଏଡିଜିପି ସିକ୍ୟୁରିଟି ଏହି କମିଟିର ସଦସ୍ୟ ରହିଛନ୍ତି । ଏଭଳି ଘଟଣାକୁ ରୋକିବା ପାଇଁ କମିଟି ଆହୁରି ପଦକ୍ଷେପ ନେବାକୁ ସୁପାରିଶ କରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତୁରନ୍ତ ଏହି ଘଟଣାର ରିପୋର୍ଟ ଦାଖଲ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁରକ୍ଷା ତ୍ରୁଟିର କାରଣ ଏବଂ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ଆଉ କଣ ପଦକ୍ଷେପ ନିଆଯାଇପାରିବ ସେ ବିଷୟରେ କମିଟି ସୁପାଣିଶ କରିବ। ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ୫ ତାରିଖ ଗସ୍ତର ସମସ୍ତ ରେକର୍ଡକୁ ସୁରକ୍ଷିତ ରଖିବାକୁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।






More Stories
ମମତା ଙ୍କ ଘରେ ସିଆଇଡ଼ି ଚଢ଼ାଉ…..
ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..