ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତରାଖଣ୍ଡ ଉତ୍ତରକାଶୀରେ ଭୁଶୁଡ଼ିଥିବା ନିର୍ମାଣାଧୀନ ଟନେଲରେ ଫସି ରହିରଥିବା ୪୦ ଜଣ ଶ୍ରମିକଙ୍କ ମଧ୍ୟରେ ୫ ଜଣ ଓଡ଼ିଶାର ହୋଇଥିବା ସୂଚନା ରହିଛି। ଟନେଲରେ ଫସିଥିବା ୫ଜଣ ଓଡ଼ିଆଙ୍କ ପରିଚୟ ମିଳିଛି। ସେମାନେ ହେଲେ ଶଙ୍କର୍ଷଣପୁରର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା, ମୟୂରଭଞ୍ଜର ବିଶ୍ୱେଶ୍ୱର ନାୟକ, କୁଳଡ଼ିହାର ରାଜୁ ନାୟକ ଓ ବଡ଼କୁଦାର ଧିରେନ। ଟନେଲ ଭୁଶୁଡ଼ିବା ପରେ ଗତକାଲିଠାରୁ ସମସ୍ତେ ଫସି ରହିଛନ୍ତି। ତେବେ ଟନେଲ ଭିତରେ ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ (NDRF), ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (SDRF) ଏବଂ ପୋଲିସ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଅଛନ୍ତି। ଶ୍ରମିକଙ୍କ ପାଖକୁ ପାଇପ ଯୋଗେ ଖାଦ୍ୟ, ଅମ୍ଳଜାନ ପଠାଯାଉଛି।






More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି……
ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ…..
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..