ରିପୋର୍ଟ କାର୍ଡ / ପୁରୀ
ପୁରୀ ଗସ୍ତକରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ୫ ଟି ସଚିବ ଭି କେ ପାଣ୍ଡିଆନ୍। ଏଥିସହ ଶ୍ରୀସେତୁ ନିର୍ମାଣ କାର୍ଯ୍ୟକୁ ଅନୁଧ୍ୟାନ କରିଛନ୍ତି । ଖବର ଅନୁଯାୟୀ, ଶନିବାର ସକାଳେ ୫ ଟି ସଚିବ ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ରତ୍ନସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ। ପରେ ମା ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ କରିଥିଲେ। ଏହାପରେ ୫-ଟି ସଚିବ ପୁରୀରେ ଚାଲିଥିବା ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ୫ -ଟି ସଚିବଙ୍କ ସହ ଜିଲ୍ଲାପାଳ ସମର୍ଥ ବର୍ମା ମଧ୍ୟ ଉପସ୍ଥିତ ଥିଲେ। ପୁରୀକୁ ବିଶ୍ବ ଐତିହ୍ୟ ନଗରୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ତେଣୁ ୫-ଟି ସଚିବ ବିଭିନ୍ନ ସମୟରେ ପୁରୀ ଗସ୍ତରେ ଆସି ସମସ୍ତ କାର୍ଯ୍ୟର ତଦାରଖ କରିବା ସହ ଅନୁଧ୍ୟାନ ମଧ୍ୟ କରୁଛନ୍ତି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….